ରଥ ଯାତ୍ରା ପାଇଁ ସ୍ୱଚ୍ଛତାର ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ, ଶରଧାବାଲିରେ ଝାଡୁ ଧରି କଲେ ସଫେଇ
ଶରଧାବାଲିରେ ମୁଖ୍ୟମନ୍ତ୍ରୀଙ୍କ ସଫେଇ ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତାକାଲି ରଥଯାତ୍ରା ପୂର୍ବରୁ ଆଜି ସକାଳେ ପୁରୀରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ। ଶରଥବାଲିରେ ପହଂଚିବା ପରେ ହାତରେ ଝାଡୁ ଧରି ସଫେଇ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ସାମିଲ ହୋଇଛନ୍ତି।

ସେହିପରି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ କ୍ରୀଡ଼ା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜଙ୍କ ସହ ବିଧାୟକମାନେ ମଧ୍ୟ ହାତରେ ଝାଡୁ ଧରି ଶରଧାବାଲିରେ ସଫେଇ କରିଥିଲେ। ଏଥିରେ କିଛି ସ୍ୱେଚ୍ଛାସେବୀ ସଂଗଠନ ମଧ୍ୟ ସାମିଲ ହୋଇଛନ୍ତି।
ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡ଼ୁ ମାରି ସଫେଇ କରିଛନ୍ତି। ରଥଯାତ୍ରା ପାଇଁ ଶରଧାବାଲିରେ ସରକାରଙ୍କ ପକ୍ଷରୁ ସ୍ବଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି। ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷାଧିକ ଲୋକ ଆସିବେ। ଶ୍ରଦ୍ଧାଳୁ ନିଜେ ସଚେତନ ସହ ପ୍ରଶାସନ ସହ ମିଶି ସ୍ବଚ୍ଛତା ରଖିବେ ମୂଳ ଲକ୍ଷ୍ୟ। ରଥଯାତ୍ରାରେ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇ ମାଉସୀ ଘର ଆସିବେ। ରଥଯାତ୍ରା ପୂର୍ବରୁ ସଫେଇ କରିବା। ପବିତ୍ରତା ଆଣିବାକୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ବ୍ୟାପକ ସଚେତନ ପାଇଁ ଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।












Click it and Unblock the Notifications