ମକର ସଂକ୍ରାନ୍ତିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ସାରା ଦେଶ ଆଜି ପାଳୁଛି ମକର ସଂକ୍ରାନ୍ତି । ଆଜି ସାରା ରାଜ୍ୟରେ ଆଜି ଆନନ୍ଦରେ ପାଳନ ହେଉଛି ପବିତ୍ର ମକର ସଂକ୍ରାନ୍ତି। ମକର ସଂକ୍ରାନ୍ତି ଦିନ ଓଡ଼ିଶାର ଲୋକେ 'ମକର ଚାଉଳ' ପ୍ରସ୍ତୁତ କରି (ଅରୁଆ ଚାଉଳ, ଗୁଡ଼, ଛେନା, କଦଳୀ, ନଡ଼ିଆ, ଘିଅ, କ୍ଷୀର ଆଦି) ଦେବଦେବୀଙ୍କ ନିକଟରେ ଭୋଗ କରିଥାନ୍ତି । ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

ମକର ସଂକ୍ରାନ୍ତି ହେଉଛି ଭଗବାନ ସୂର୍ଯ୍ୟଙ୍କ ଉପାସନାର ପର୍ବ। ସାଧାରଣତଃ ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରିଥାନ୍ତି। ସେହି ରାଶିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି। ପୌଷ ମାସ ହେତୁ ଅଟକି ଯାଇଥବା ଶୁଭ କାର୍ଯ୍ୟ ମକର ସଂକ୍ରାନ୍ତି ଠାରୁ ପୁଣି ଆରମ୍ଭ ହୋଇଯାଏ। ଏହି ପର୍ବକୁ ଦେଶର କୋଣ ଅନୁକୋଣରେ ଲୋକ ଭିନ୍ନ ଭିନ୍ନ ଭାବେ ପାଳନ କରିଥାନ୍ତି ।












Click it and Unblock the Notifications