ବାସଭବନରେ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ଵର ଜଗନ୍ନାଥ ବିହାରସ୍ଥିତ ଅଭିନେତାଙ୍କ ବାସଭବନରେ ତାଙ୍କୁ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ତାଙ୍କ ପରିବାରବର୍ଗଙ୍କୁ ଭେଟି ସେ ସମବେଦନା ଜଣାଇଛନ୍ତି । ଏହି ସମୟରେ ଗଣମାଧ୍ୟମ ସମ୍ମୁଖରେ ଉତ୍ତମଙ୍କ ସହ ତାଙ୍କର କିଛି ଅନୁଭୂତି ବଖାଣି ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

mohan majhi

ସୂଚନାଯୋଗ୍ୟ, କିଛି ସମୟ ପୂର୍ବରୁ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର ଭୁବନେଶ୍ୱରରେ ପହଞ୍ଚିଥିଲା। ଉତ୍ତମଙ୍କ ମରଶରୀର ଆଣିଥିବା ବିମାନ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଏହାପରେ ମରଶରୀରକୁ ଜଗନ୍ନାଥ ବିହାରସ୍ଥିତ ବାସଭବନକୁ ନିଆଯାଇଛି। ଶେଷ ଦର୍ଶନ ପରେ ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+