ସହିଦ୍ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ସହିଦ୍ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ, ପ୍ରଦର୍ଶନୀ ପଡ଼ିଆରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ରବିବାର ଆଦିବାସୀ ସହିତ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ମଧ୍ୟ ଶୁଭାରମ୍ଭ କରିଛନ୍ତି।

ଏହି ଯୋଜନା ମାଧ୍ୟମରେ ଆଦିବାସୀ ଛାତ୍ରଛାତ୍ରୀଙ୍କୁ ୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ମିଳିବ।ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ଚେକ ପ୍ରଦାନ କରିଛନ୍ତି। ତା'ସହିତ ସହିଦ ମାଧୋ ସିଂଙ୍କ ଅଣନାତି ଲୋକେଶ୍ୱର ସିଂ ବରିହାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।
ଆଜି ଭୁବନେଶ୍ୱରରେ ଉଦଘାଟନ ହୋଇଛି ଆଦିବାସୀ ମେଳା। ଏଥିରେ ଥିବା ଆଦିବାସୀଙ୍କ ପ୍ରତିକାତ୍ମକ ଘର ଓ ସାହି ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଦର୍ଶନୀ ପଡ଼ିରେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ମେଳା ଚାଲିବ। ଆଦିବାସୀ ଗାଁ ଓ ହାଟର ପ୍ରତିକୃତି, କଳା ସଂସ୍କୃତିର ଷ୍ଟଲ, ଫୁଡ୍ କୋର୍ଟ ଏବଂ ଲାଇଭ ଡେମୋନଷ୍ଟ୍ରେସନ ଆଦି ବିଶେଷ ଆକର୍ଷଣ ସାଜିଛି। ଚଳିତ ବର୍ଷ ଆଦିବାସୀ ମେଳାରେ ୨୦ଟି ଆଦିବାସୀ କୁଡ଼ିଆ, ଆଦିବାସୀ ସାମଗ୍ରୀ ବିକ୍ରୟ ପାଇଁ ୧୪୭ଟି ଷ୍ଟଲର ବ୍ୟବସ୍ଥା ହୋଇଛି।












Click it and Unblock the Notifications