ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା; ୬ ଲେନ୍ ବିଶିଷ୍ଟ ହେବ ଭୁବନେଶ୍ୱର-ପୁରୀ ରାସ୍ତା

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା । କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀଙ୍କୁ ଭେଟିବା ପରେ ବଡ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭୁବନେଶ୍ୱରରୁ ପୁରୀ ଯାଏଁ ସର୍ଭିସ ରୋଡ୍ ହେବ ।

Mohan Charan Majhi

ବର୍ତ୍ତମାନ ୪ ଲେନ୍ ବିଶିଷ୍ଟ ଥିବା ଏହି ରାସ୍ତାକୁ ୬ ଲେନ୍ ବିଶିଷ୍ଟ କରାଯିବ । ଏଥିପାଇଁ ୧୮ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଅନ୍ୟପଟେ ଚଣ୍ଡିଖୋଲରୁ ବଡବିଲ ପର୍ୟ୍ୟନ୍ତ ଥିବା ରାସ୍ତାକୁ ମଧ୍ୟ ୮ ଲେନ୍ ବିଶିଷ୍ଟ କରାଯିବ ।

ସେହିପରି ଖୋର୍ଦ୍ଧା-ନୟାଗଡ ରାସ୍ତାକୁ ୪ ଲେନ୍ ବିଶିଷ୍ଟ, କେସିଙ୍ଗା-ଜୁନାଗଡ ରାସ୍ତାକୁ ୪ ଲେନ୍ ବିଶିଷ୍ଟ କରିବା ପାଇଁ କେନ୍ଦ୍ରୀୟ ସଡକ ଓ ଭିତ୍ତିଭୂମି ପାଣ୍ଠି ମିଳିଛି । ଏହାବାଦ୍ ସେତୁବନ୍ଧ ଯୋଜନାରେ ମଧ୍ୟ ଓଡିଶାକୁ ୨୫୦ କୋଟି ଟଙ୍କା ଅନୁଦାନ ମିଳିଛି । ମୋଟ ୨୧ ହଜାର ୬୫୦ କୋଟି ଟଙ୍କାର ପ୍ରକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+