ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଡିବିଟି ଜରିଆରେ ଚାଷୀଙ୍କୁ ମିଳିବ ଫସଲ କ୍ଷତିପୂରଣ
ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।












Click it and Unblock the Notifications