ମେଡିକାଲରେ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଅସୁସ୍ଥତା ହେତୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଭର୍ତ୍ତି ହୋଇଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଆଜି ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିବା ସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଥା ହୋଇଥିଲେ ଓ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ପୁଅ ତଥା ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ।












Click it and Unblock the Notifications