କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ ।

କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଏସ୍‌ଆର୍‌ସିଙ୍କ ସମେତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ରାଜସ୍ୱ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରି ବର୍ଷାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ପ୍ରାକ୍‌ପ୍ରସ୍ତୁତି ସହ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।

mohan majhi

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରିର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲ୍ଲା ପ୍ରଶାସନକୁ ସହଯୋଗ ଦେବା ପାଇଁ ଅଗ୍ନିଶମ ସେବା ଓ ଗୃହରକ୍ଷୀ ବାହିନୀ ମହାନିର୍ଦ୍ଦେଶକ ଶ୍ରୀ ସୁଧାଂଶୁ ଷଡ଼ଙ୍ଗୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ମାଲକାନଗିରି ଅଭିମୁଖେ ଗସ୍ତ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+