ପୁଣି ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇବାକୁ ଦେଲେ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁନଥିଲେ ।

mohan charan majhi

ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ ହେବା ପରେ ଜିଲ୍ଲା ପ୍ରଶାସନକୁ ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ତାଙ୍କ ପରିବାରକୁ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ଡାକ୍ତରୀ ଦଳ ବାବୁଲିଙ୍କ ଗ୍ରାମରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି । ସ୍ୱାସ୍ଥ୍ୟ ପରୀକ୍ଷା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କ କଟକ ଏସସିବି ମେଡିକାଲକୁ ନେବା ପାଇଁ ବ୍ୟବସ୍ଥା କରାଯାଇଛି। ଜିଲ୍ଲା ପ୍ରଶାସନ ବାବୁଲିଙ୍କ ପରିବାରକୁ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବାକୁ ଯୋଗାଯୋଗରେ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+