ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଧନ୍ୟବାଦ୍ ଦେଲେ ମୁଖ୍ୟମନ୍ତ୍ରୀ , ଜାଣନ୍ତୁ କାହିଁକି ?

ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ଦେବାପାଇଁ ଯୋଜନା କରିଛନ୍ତି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ, ଗଜପତି ଓ ଗଞ୍ଜାମ ଜିଲ୍ଲା ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ଅନ୍ୟ ମନ୍ତ୍ରୀମାନେ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରିଛନ୍ତି ।

Mohan Charan Majhi

ଉଭୟ ବୀମା କରିନଥିବା ଓ ବୀମା କରିଥିବା ଚାଷୀମାନଙ୍କୁ ସହାୟତା ଦିଆଯିବ। ବୀମା କରିଥିବା ଚାଷୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ଡିସେମ୍ବର ୨୯ ଥିଲା ଶେଷ ତାରିଖ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରାଳୟକୁ ଏହି ଅବଧି ବଢାଇବାକୁ ଅନୁରୋଧ କରାଯାଇଥିଲା। ଚାଷୀ ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ଅବଧିକୁ ଆଉ ତିନି ଦିନ ପାଇଁ ବୃଦ୍ଧି କରିଛନ୍ତି । ତେଣୁ, ଚାଷୀମାନେ ବର୍ତ୍ତମାନ ୨୦୨୫ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇପାରିବେ ।

ଓଡିଶାର ଚାଷୀମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କର ଏହି ସହାନୁଭୂତିଶୀଳ ମନୋଭାବ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହ୍ୱାନଙ୍କୁ ଧନ୍ୟବାଦ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+