ବନ୍ଦେ ଭାରତ ଟ୍ରେନ ଉଦଘାଟନ ପାଇଁ କାଲି ବ୍ରହ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

କାଲି ଅର୍ଥାତ୍ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ରହ୍ମପୁର ଗସ୍ତରେ ରହିବେ । ବ୍ରହ୍ମପୁର ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରେ ବନ୍ଦେ ଭାରତ ଟ୍ରେନ୍‌ର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ପରେ ଉକ୍ତ ଟ୍ରେନ୍‌ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।

mohancharanmajhi

ସୂଚନା ଅନୁଯାୟୀ, ରବିବାର ବ୍ରହ୍ମୁପର ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମ ପ୍ରବେଶ ଦ୍ୱାରାରେ ଥିବା ଖୋଲା ପଡ଼ିଆରେ ମୁଖ୍ୟମନ୍ତ୍ରୀ ରବିବାର ସକାଳ ୯ଟାରେ ଜନସଭାକୁ ସମ୍ବୋଧିତ କରିବେ । ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ଆଭାସୀରେ ବନ୍ଦେ ଭାରତ ଟ୍ରେନ୍‌ର ଉଦ୍‌ଘାଟନ କରିବେ । ସେଥିରେ ଯୋଗ ଦେବା ସହ ଉକ୍ତ ଟ୍ରେନ୍‌ରେ ଭୁବନେଶ୍ୱର ‌ଫେରିବେ । ସେଥିପାଇଁ ରେଳ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ମହାନଗର ନିଗମ କର୍ମଚାରୀଙ୍କ ଛୁଟି ବାତିଲ୍‌ କରାଯାଇଛି । ୧୪ ଓ ୧୫ ତାରିଖ ଦୁଇ ଦିନ ମହାନଗର ନିଗମ କାର୍ଯ୍ୟାଳୟ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ନିଗମ କର୍ତ୍ତୃପକ୍ଷ । ଏନେଇ ବିଏମ୍‌ସି କମିଶନର୍‌ ନିର୍ଦ୍ଦେଶ ଜାରି କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+