ପ୍ରତ୍ୟେକ ଦିନ ୨ ଘଣ୍ଟା ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ, ଏହି ଦିନରୁ ହେବ ଆରମ୍ଭ

ରାଜ୍ୟରେ ବିଜେପି ସରକାର ଗଢ଼ିବ ପରଠାରୁ ପୁରା ଆକ୍ସନ ମୁଡ଼ରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ମନ୍ତ୍ରୀ ମଣ୍ଡଳର ସମସ୍ତ ମନ୍ତ୍ରୀ ମାନେ ପୁରା ଆକ୍ସନ ମୁଡ଼ରେ ରହିଛନ୍ତି । କାରଣ ରାଜ୍ୟର ଆଇନ ବ୍ୟବସ୍ଥା ଠାରୁ ଆରମ୍ଭ କରି ବିଭିନ୍ନ ବ୍ୟବସ୍ଥାକୁ ଗୁରୁତର ସହ ଗ୍ରହଣ କରି କାର୍ଯ୍ୟ ଆରମ୍ଭ କରୁଛନ୍ତି । ନିର୍ବାଚନ ସମୟରେ ଲୋକମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ମଧ୍ୟ ଗୋଟାଏ ପରେ ଗୋଟାଏ କାର୍ଯ୍ୟକାରୀ କରୁଛନ୍ତି ଯାହା ପାଇଁ ସରକାର ଏବେ ରାଜ୍ୟବାସୀଙ୍କ ନିକଟତର ହୋଇ ପାରିଛନ୍ତି । ସରକାର ଆଉ ଜନତା ଭିତରେ ଯେଉଁ ଦୂରତା ଥିଲା ତାହା ବି ଆଉ ରହିବ ନାହିଁ କାରଣ ସାଧର ଲୋକମାନେ ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ଜଣାଇବେ ଅଭିଯୋଗ ।

v

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଶୁକ୍ରବାରଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ।

ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ସୂଚନାଯୋଗ୍ୟ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝି ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ଆଶ୍ୱାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+