ଆକ୍ସନ ମୁଡ଼ରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ସବୁ ସଚିବଙ୍କୁ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗ କରି ନିର୍ବାଚନୀ ସଫଳତା ପାଇଥିବା ବିଜେପି ସରକାରଙ୍କ କଡ଼ା ଆଭିମୁଖ୍ୟ ଯୋଗୁ ଏବେ ବିଭାଗୀୟ ସଚିବଙ୍କ ଅଡୁଆ ବଢ଼ିବାରେ ଲାଗିଛି । ସମସ୍ତ ବିଭାଗର ନଥିପତ୍ର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ନିର୍ଦ୍ଦେଶକୁ ପାଳନ ପାଇଁ କି ପଦକ୍ଷେପ ନିଆଯାଇଛି ତାହା ୨୯ତାରିଖ ସୁଦ୍ଧା ଜଣାଇବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁ ବିଭାଗୀୟ ସଚିବମାନଙ୍କୁ ରିପୋର୍ଟ ମଗାଯାଇଛି । ଆଉ ମୁଖ୍ୟମନ୍ତ୍ରୀଙ୍କ ଏଭଳି କଡ଼ା ଆଭିମୁଖ୍ୟ ପରେ ବିଭିନ୍ନ ବିଭାଗ ପକ୍ଷରୁ ଓଡ଼ିଆ ଭାଷାରେ ନଥିପତ୍ର ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି ହେବାରେ ଲାଗିଛି ।

Chief Minister s office

ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ ଗତ ୨୫ତାରିଖରେ ସମସ୍ତ ବିଭାଗର ସଚିବଙ୍କୁ ଚିଠି ଲେଖି କହିଛନ୍ତି ଯେ, ଓଡ଼ିଆ ଭାଷାରେ ବିଭାଗର ନଥିପତ୍ର କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସରକାରୀସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ଜ୍ଞାନକୌଶଳ ପ୍ରୟୋଗ ନିମନ୍ତେ ବ୍ୟବସ୍ଥା କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ। ତେଣୁ ବିଭାଗ କି ପଦକ୍ଷେପ ନେଇଛି ତାହା ୨୯ତାରିଖ ସୁଦ୍ଧା ଜଣାଇବାକୁ ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦେଇଛି ।

ଏପଟେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ତାଗିଦ୍ ପରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଏବଂ ଜଳସମ୍ପଦ ବିଭାଗ ପକ୍ଷରୁ ବିଧିବଦ୍ଧ ନିର୍ଦ୍ଦେଶନାମା ଜାରି ହୋଇଛି । ବର୍ତ୍ତମାନର ରାଜ୍ୟ ସରକାର ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ପ୍ରୟୋଗ ଉପରେ ପ୍ରାଧାନ୍ୟ ଦେଉଥିବାରୁ ଅନୁଷ୍ଠାନର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ବର୍ତ୍ତମାନଠାରୁ ସମସ୍ତ ନଥିକାର୍ଯ୍ୟ ଯଥା ଟିପ୍ପଣୀ, ଆଦେଶ,ବିଜ୍ଞପ୍ତି, ଚିଠି, ସଭା ବିବରଣୀ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ ସମ୍ପାଦନ କରିବାକୁ ଜଣାଇ ଦିଆଗଲା ବୋଲି 'କାର୍ଯ୍ୟାଳୟ ଆଦେଶ'ରେ ଉଲ୍ଲେଖ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+