ଆସନ୍ତା ସୋମବାରରୁ ପୁଣି ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଆଗାମୀ ଡିସେମ୍ବର ୧୬ ତାରିଖ (ସୋମବାର)ରେ ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ଗତ ଅକ୍ଟୋବର ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ହେବ ଏବଂ ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ।
ଏହି ସମସ୍ତ ଆବେଦନକାରୀ ସେମାନଙ୍କର ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବେ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଦିନ ପାଇଁ ଅନ୍ୟମାନଙ୍କୁ ପଞ୍ଜୀକରଣ ନ କରିବାକୁ ମଧ୍ୟ ବିଭାଗ ତରଫରୁ ଅନୁରୋଧ କରାଯାଇଛି।












Click it and Unblock the Notifications