୧୫ ରୁ ଆରମ୍ଭ ହେବ ପୁଣି ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ୧୫ ତାରିଖ ସୋମବାର ଦିନ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ। ଏହା ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ଅଭିଯୋଗ ଶୁଣାଣି ହେବ। ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହି ଦିନ ଦିବା ୮ ଘଟିକାରୁ ୧୨ ଘଟିକା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ କରାଯିବ।

ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜ ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସଂପର୍କରେ ଜନସାଧାରଣଙ୍କ ଅବଗତି ନିମନ୍ତେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ନୂଆ ଭାଜପା ସରକାର ଗଠନ ହେବାପରେ ଚଳିତ ମାସ ୧ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଥମଥର ଲାଗି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ।

ପ୍ରଥମ ଦିନରେ ସମୁଦାୟ ୧୫୪୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ପ୍ରାୟ ୫୦୦୦ ରୁ ଅଧିକ ଲୋକ ଆସି ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ସେମାନଙ୍କ ସମସ୍ୟା କହିଥିଲେ। ଗଭୀର ମନଯୋଗରେ ସମସ୍ତଙ୍କ ସମସ୍ୟା ଶୁଣି ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+