ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ଦାୟିତ୍ୱ ନେବା ପରେ ରାଜ୍ୟପାଳ ରଘୁବର ଦାସଙ୍କ ସହ ସୌଜନ୍ୟମୂଳକ ଭାବେ ସାକ୍ଷାତ କଲେ ମୁଖ୍ୟ ଶାସନ ସଚିବ । ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ ମନୋଜ ଆହୁଜା । ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ । ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ଅନ୍ୟପଟେ ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଥିଲେ ।

Manoj Ahuja

ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ସମସ୍ତ ସଚିବଙ୍କ ସହଯୋଗ କାମନା କରିଛନ୍ତି । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଥିଲେ ଯେ, ଓଡ଼ିଶାରେ ପ୍ରଶାସନିକ ବ୍ୟବସ୍ଥାର ସୁନାମ ରହଛି । ନବ ଗଠିତ ସରକାରଙ୍କ ନିର୍ବାଚନ ଇସ୍ତାହାରକୁ ଆଖି ଆଗରେ ରଖି ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକର କାର୍ଯ୍ୟାନ୍ୱୟନ ଉପରେ ସେ ଗୁରତ୍ୱାରୋପ କରିଥିଲେ । ସମସ୍ତ ଯୋଜନାର କାର୍ଯ୍ୟକାରିତା ପାଇଁ ଯେପରି ଫଳପ୍ରଦ ପ୍ରୟାସ ରହିବ, ସେ ସଂପର୍କରେ ସେ ବହୁ ଗଠନମୂଳକ ପରାମର୍ଶ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+