ବନ୍ଦ ଘରୁ ଅଧ୍ୟାପିକାଙ୍କ ମୃତ ଦେହ ଉଦ୍ଧାର , ମୃତ୍ୟୁ କାରଣ ଅସ୍ପଷ୍ଟ

ବନ୍ଦ ଘର ଭିତରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ସିଡିଏ ସେକ୍ଟର-୯ ସ୍ଥିତ ଭଡ଼ା ଘରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଅଧ୍ୟାପିକା ଜଣଙ୍କ ହେଉଛନ୍ତି ଅନନ୍ୟା ଚକ୍ରବର୍ତ୍ତୀ। ସେ କଟକ ଜାତୀୟ ଆଇନ ବିଶ୍ୱ ବିଦ୍ୟାଳୟରେ କାର୍ଯ୍ୟରତ ଥିଲେ। ତାଙ୍କ ଘର ପଶ୍ଚିମବଙ୍ଗର ବୋଲି ଜଣାଯାଇଛି।

dead body

୨ ଦିନ ହେବ ଅନନ୍ୟା କଲେଜ ଯାଇ ନଥିଲେ। କଲେଜ କର୍ତ୍ତୃପକ୍ଷ ତାଙ୍କ ଫୋନକୁ କଲ୍‌ କରିଥିଲେ। ଅନ୍ୟାନଙ୍କ ଫୋନ୍ ରିଙ୍ଗ୍ ହୋଇଥିଲେ ମଧ୍ୟ ସେ ଉଠାଇ ନଥିଲେ। ଗତକାଲି ମଧ୍ୟ କଲେଜ କର୍ତ୍ତୃପକ୍ଷ ଅଧ୍ୟାପିକାଙ୍କୁ ଫୋନ୍‌ କରିଥିଲେ। ହେଲେ ଫୋନ୍ ରିଙ୍ଗ୍ ହୋଇ କଟିଥିଲେ ମଧ୍ୟ ଉଠାଇ ନଥିଲେ। ଏନେଇ କଲେଜ କର୍ତ୍ତୃପକ୍ଷ ପୁଲିସକୁ ଘଟଣା ସଂପର୍କରେ କହିଥିଲେ। ପୁଲିସ ଓ କଲେଜ କର୍ତ୍ତୃପକ୍ଷ ଭଡ଼ା ଘରେ ପହଞ୍ଚି ଅଧ୍ୟାପିକାଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।ପୁଲିସ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ସ୍ପଷ୍ଟ ହେବା ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

ତେବେ ଅଧ୍ୟାପିକାଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ। ଅଧ୍ୟାପିକାଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି। ଘଟଣା ସଂପର୍କରେ ଅଧ୍ୟାପିକାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି। କିଛି ଦିନ ପୂର୍ବରୁ ଅଧ୍ୟାପିକାଙ୍କ ଛାଡ଼ପତ୍ର ହୋଇଥିଲା ବୋଲି ସୂଚନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+