ଭୁବନେଶ୍ବରରେ ପହଞ୍ଚିଲା ରାଣୀଙ୍କ ପାର୍ଥିବ ଶରୀର
ଖଲ୍ଲିକୋଟ ରାଜ ପରିବାରର ଶେଷ ଦାୟାଦ ରାଣୀସାହେବା ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାର ଦେଓଙ୍କ ପାର୍ଥିବ ଶରୀର ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛି। ଚେନ୍ନାଇରୁ ଏକ ସ୍ବତନ୍ତ୍ର ବିମାନରେ ତାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର ଅଣାଯାଇଛି ।

ସୂଚନା ଯୋଗ୍ୟ ଯେ 87 ବର୍ଷ ବୟସରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତ ରାତିରେ ତାଙ୍କର ଦେହାନ୍ତ ହୋଇଥିଲା । ଗତ କିଛି ଦିନ ହେବ ସ୍ୱାସ୍ଥ୍ୟବସ୍ଥା ବିଗିଡିବା କାରଣରୁ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା ।ସାମାଜିକ ଗଣମାଧ୍ୟମ'ଏକ୍ସ'ରେ ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ଅନୁଗାମୀଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ।
ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, "ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି । ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ 10ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି ।ଏହା ଏକ ଅପୂରଣୀୟ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।"












Click it and Unblock the Notifications