ଆସନ୍ତାକାଲି ଓ ଜାନୁଆରୀ୨୨ରେ ମଦ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

କେନ୍ଦ୍ରାପଡ଼ା: ଆସନ୍ତା କାଲି ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବାକୁ ଯାଉଛି । ଏବଂ ଜାନୁଆରୀ ୨୨ରେ ଅଯୋଦ୍ଧା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ହେବ । ଆଉ ଏହି ଦିନ ବନ୍ଦ ରହିବ ଜିଲ୍ଲାର ସବୁ ମଦ ଦୋକାନ । ଏଭଳି ଘୋଷଣା କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅମ୍ରିତ ଋତୁରାଜ ।

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ଓ ରାମମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି ।ବିଭିନ୍ନ ସ୍ଥାନରେ ଭିଡ ଓ ଆଧ୍ୟାତ୍ମିକ ସମାଗମକୁ ଦୃଷ୍ଟିରେ ରଖି ଆଇନ ଶୃଙ୍ଖଳା ରକ୍ଷା ସହ ଶାନ୍ତି ସୌହାର୍ଦ୍ଦ ବଜାୟ ରଖିବା ପାଇଁ ଓଡିଶା ଅବକାରୀ ଆଇନ ୨୦୦୮ର ସେକ୍ସନ ୨୬(୧) ଆଧାରରେ ମଦ ଦୋକାନ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

alcohol ban in kendrapada

ଜିଲ୍ଲାପାଳଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ଠିପିଖୋଲା, ଠିପି ବନ୍ଦ, ତାଡ଼ି, ଦେଶୀ ମଦ ଦୋକାନ ବନ୍ଦ ରହିବ । ଏମିତିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ଲୋକାର୍ପଣ ଉତ୍ସବ ପାଇଁ ଜାନୁଆରୀ ୧୭ରେ ବନ୍ଦ ରହୁଥିବାବେଳେ ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ଜାନୁଆରୀ ୨୨ରେ ବନ୍ଦ ରହିବ । ରାଜ୍ୟ ସରକାର ମଧ୍ୟ ଆସନ୍ତାକାଲି (ଜାନୁଆରି ୧୭ ତାରିଖ ବୁଧବାର) ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ପୂର୍ବରୁ ଘୋଷଣା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+