Get Updates
Get notified of breaking news, exclusive insights, and must-see stories!

ମହିମା ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର, 112 କୋଟିର ପ୍ରକଳ୍ପ ପ୍ରସ୍ତାବ ଦେଲେ ଜିଲ୍ଲାପାଳ

ଭୁବନେଶ୍ୱର : ଢେଙ୍କାନାଳ ଜିଲ୍ଲାରେ ଥିବା ପ୍ରସିଦ୍ଧ ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର । କାୟାକଳ୍ପ ରେ ଆସିବ ପୁରା ପରିବର୍ତ୍ତନ । ଗତ ମେ 29 ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁ ସନ୍ଥ ଓ ଭକ୍ତ ମାନଙ୍କ ସହିତ ପୀଠର ସମ୍ପୂର୍ଣ୍ଣ ରୁପାନ୍ତର ବିଷୟରେ ଆଲୋଚନା କରିଥିଲେ । 15 ଦିନ ଭିତରେ ପ୍ରକଳ୍ପ ରିପୋର୍ଟ ଦେବା ପାଇଁ ପରାମର୍ଶ ଦେଇଥିଲେ ।

joranda

ଏହି ପରାମର୍ଶ ଅନୁସାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ଅନୁମୋଦନ ନିମନ୍ତେ ଜିଲ୍ଲାପାଳ ଆଜି 112 କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ବିକାଶ ସହିତ ଭକ୍ତ ମାନଙ୍କ ପାଇଁ ବିଭିନ୍ନ ସୁବିଧା ଉପରେ ଗୁରୁତ୍ଵ ଦିଆଯାଇଛି ।

ଏଥିରେ ସମାଧି ମନ୍ଦିରର ପୁନଃ ନିର୍ମାଣ, ପ୍ରାର୍ଥନା ଗୃହ, ପାଚେରୀ, ପୁଷ୍କରିଣୀ ପୁନରୁଦ୍ଧାର, ବସ ଷ୍ଟାଣ୍ଡ, କୌପୀନ ଧାରି ମହିମା ସମାଜ ପୀଠ ପୁନ ନିର୍ମାଣ, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଆଦି ନିର୍ମାଣ କରାଯିବ । ପୀଠ ଭିତରେ ଆଭ୍ୟନ୍ତରୀଣ ସଡ଼କ ସହିତ ପୁରା ସ୍ଥାନର ଆଲୋକୀକରଣ କରାଯିବ ।ଜଗନ୍ନାଥ ମନ୍ଦିର ଠାରୁ ସ୍କୁଲ ପଡିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ । ସୌନ୍ଦର୍ଯ୍ୟ କରଣ ପାଇଁ ପୂର୍ବ ପଟ ବଡ ପୋଖରୀର ପୁନରୁଦ୍ଧାର ସହିତ 200 ତାଳ ଗଛ ଓ 200 ବର ଗଛ ଲଗାଯିବ । ଆଲୋକିକରଣ ସହିତ ପ୍ରମନେଡ ତିଆରି କରାଯିବ ।

ଏହା ବାଦ୍ ସାଧୁ ଓ ଭକ୍ତ ମାନଙ୍କ ପାଇଁ 200 ଶୌଚାଳୟ ନିର୍ମାଣ କରାଯିବ । ପୁରା ପ୍ରକଳ୍ପରେ ସାଧୁ ସନ୍ଥ, ଭକ୍ତ, ଓ ଅତିଥି ମାନଙ୍କ ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ରହିବ । ସୌନ୍ଦର୍ଯ୍ୟ କରଣ ସହିତ ଏହା ଜିଲ୍ଲାର ଏକ ପ୍ରମୁଖ ତୀର୍ଥସ୍ଥଳୀ ଓ ପର୍ଯ୍ୟଟନ କେନ୍ଦ୍ର ହେବା ପାଇଁ ସବୁ ପଦକ୍ଷେପ ନିଆଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+