ଛଦ୍ମବେଶରେ ମଣ୍ଡି ବୁଲିଲେ ଜିଲ୍ଲାପାଳ , କଟନି ଛଟନି ନକରିବା ପାଇଁ କଲେ ତାଗିଦ୍

ଚାଷୀ ବେଶରେ ଜିଲ୍ଲାପାଳ। ହାଫ୍ ପ୍ୟାଣ୍ଟ, ମୁଣ୍ଡରେ ଟୋପି, ମୁହଁରେ ମାସ୍କ ପିନ୍ଧି ବୁଲିଲେ ମଣ୍ଡି । ଚାଷୀ ବେଶରେ ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଧାମନଗର କଟସାହି ସେବା ସମବାୟ ସମିତି ଦ୍ବାରା ଖୋଲା ଯାଇଥିବା ମଣ୍ଡିରେ ପହଞ୍ଚିଥିଲେ । ଭଦ୍ରକ ଜିଲ୍ଲାରେ ପ୍ରଶାସନର ବାରମ୍ବାର ତାଗିଦ୍‌ ସତ୍ତ୍ବେ ମଣ୍ଡିରେ ଚାଷୀଙ୍କୁ ମିଲର ଓ ବିଭିନ୍ନ ସେବା ସମବାୟ ସମିତି ଲୁଟୁଥିବା ଅଭିଯୋଗ ହୋଇଥିଲା । ଏଫ୍ଏକ୍ୟୁ ମାନର ଧାନ ସଂଗ୍ରହ ଆଳରେ ଚାଷୀଙ୍କଠାରୁ କୁଇଣ୍ଟାଲ ପିଛା ୮ରୁ ୧୦ କିଲୋ ପର୍ଯ୍ୟନ୍ତ ଧାନ କଟ୍‌ନୀ ଛଟ୍‌ନୀ କରୁଛନ୍ତି ।

District Magistrate

ଅଭିଯୋଗର ସତ୍ୟତା ଜାଣିବା ପାଇଁ ଚାଷୀ ବେଶରେ ମଣ୍ଡିରେ ପହଞ୍ଚିଥିଲେ ଜିଲ୍ଲାପାଳ । ଘଟଣାର ସତ୍ୟତା ଜାଣିବା ପରେ ସୋସାଇଟି ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଏଆରସିଏସ୍‌ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ସୋସାଇଟି ସମ୍ପାଦକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ଭଦ୍ରକ ଏଆରସିଏସ୍ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+