ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ, ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ଆକଳନ
ଭୁବନେଶ୍ୱର : ରାଜ୍ୟରେ ବିଜେପି ପ୍ରଥମ କରି ସରକାର ଗଠନ କରିଛି । ବିଜେପି କ୍ଷମତାକୁ ଆସିବା ପରେ ଆସନ୍ତା କାଲି ଅର୍ଥାତ ଜୁଲାଇ ୨୫ ତାରିଖରେ ଆଗତ ହେବ ନୂଆ ସରକାରର ପ୍ରଥମ ବଜେଟ । ଏହା ପୂର୍ବରୁ ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନା ହୋଇଛି । ଏହି ରିପୋର୍ଟରେ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଓଡିଶାର ଅର୍ଥନୀତି ୮.୫ ପ୍ରତିଶତ ଅଭିବୃଦ୍ଧି ହାସଲ କରିବ ବୋଲି ଆକଳନ କରାଯାଇଛି । ଗତ ଥର ଅର୍ଥାତ ଆର୍ଥିକ ବର୍ଷ ୨୦୨୨-୨୩ରେ ୭.୯ ପ୍ରତିଶତ ଥିଲା ।

ଅର୍ଥନୈତିକ ସର୍ଭେ ରିପୋର୍ଟରେ କୁହାଯାଇଛି ଯେ, ଓଡ଼ିଶାର ମୁଣ୍ଡପିଛା ଆୟ ୧,୬୧,୪୩୬ ଟଙ୍କା ରହିଛି । ଯାହା ଭାରତର ମୁଣ୍ଡପିଛା ଆୟ ୧,୮୪,୨୦୫ ଟଙ୍କା ଠାରୁ ୧୨.୪% ପ୍ରତିଶତ କମ୍ । ୨୦୧୫-୧୬ ପରଠାରୁ ଓଡ଼ିଶାର ମୁଣ୍ଡପିଛା ଆୟ ୧୨.୧ ପ୍ରତିଶତ ସିଜିଆର ରେ ବୃଦ୍ଧି ପାଇଥିବା ବେଳେ ୧୭ ଟି ପ୍ରମୁଖ ରାଜ୍ୟ ତାଲିକାରେ ଓଡ଼ିଶା ୨୦୨୨-୨୩ ରେ ୧୧ ତମ ସ୍ଥାନରେ ରହିଛି । ନାଗରିକଙ୍କ ମୁଣ୍ଡପିଛା ଆୟ ବୃଦ୍ଧି ଏବଂ ବିକଶିତ ଭାରତର ଲକ୍ଷ୍ୟ ସାଧନ ପାଇଁ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ରାଜ୍ୟ ଏହାର ବିକାଶମୂଳକ ଏବଂ ଅଭିବୃଦ୍ଧି ପ୍ରୟାସକୁ ତ୍ୱରାନ୍ୱିତ କରିବାକୁ ପର୍ତୁଶୃତିବଦ୍ଧ ବୋଲି ସରକାର କହିଛନ୍ତି ।












Click it and Unblock the Notifications