ଆଜି ବି ରାଜ୍ୟରେ ଜାରି ରହିବ କାଳବୈଶାଖୀର ପ୍ରଭାବ, ୭ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।

rain

ସେହିପରି ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ୧୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବି ବହିବ । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି । ୧୬ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୭ ତାରିଖରେ ବି କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ ।

୧୮ ଓ ୧୯ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଜି ଗଞ୍ଜାମରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିଛି । କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ ଓ ମୟୂରଭଞ୍ଜରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି । ଦାରିଙ୍ଗିବାଡ଼ିରେ ୨୦ ମିମି ଓ ରାୟଗଡ଼ାରେ ୪.୨ ମିମି ବର୍ଷା ହୋଇଥିବା ଜଣାପଡ଼ିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+