ଚିନ୍ତାରେ ଚାଷୀ ; ପୁଣି ବର୍ଷାରେ ଭିଜିବ ଓଡ଼ିଶା, ପୂର୍ବାନୁମାନ କଲା ପାଣିପାଗ ବିଭାଗ
ଧାନ ଚାଷୀଙ୍କୁ ଅମଳ ଚିନ୍ତା। କାରଣ ଆସୁ ବର୍ଷା! ଆଗାମୀ ୮ ଓ ୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିସହ ରାଜ୍ୟର କିଛି ଜିଲ୍ଲାରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ତେଣୁ ପ୍ରବର ଶୀତ ହେବ ବୋଲି ଆକଳନ କରାଯାଉଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ।
ଠିକ୍ ସେହିପରି ୯ ତାରିଖରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।












Click it and Unblock the Notifications