ବଜ୍ରପାତରେ ଜଳିଗଲା ଲିଙ୍ଗରାଜଙ୍କ ମନ୍ଦିରର ପତାକା
ବୁଧବାର ଭୁବନେଶ୍ୱରରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ହୋଇଥିଲା । ଫଳରେ ଏହି ବଜ୍ରପାତ ଯୋଗୁ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରର ପତାକା ପୋଡିଯାଇଥିଲା। ସେହିପରି ମନ୍ଦିରରେ ଲାଗିଥିବା କିଛି ସିସିଟିଭି କ୍ଷତିଗ୍ରସ୍ତ ହୋଇଛି । ମନ୍ଦିରରେ ମୋଟ ୩୫ଟି ସିସିଟିଭି କ୍ୟାମେରା ଲାଗିଛି । ଏହି ବଜ୍ରପାତରେ କେତେ କ୍ୟାମେରା ନଷ୍ଟ ହୋଇଛି । ତାହା ଏବେ ଯାଏ ସ୍ପଷ୍ଟ ହୋଇନାହିଁ।

ସେହିପରି ବଜ୍ରପାତ ପ୍ରଭାବରେ ମନ୍ଦିରର ଗର୍ଭଗୃହରେ ଲାଗିଥିବା ବଲ୍ବ ମଧ୍ୟ ପୋଡ଼ିଯାଇଛି । ବାକି ଆଉ କିଛି କିଛି ସ୍ଥାନରେ ମଧ୍ୟ ବଲ୍ବ ପୋଡ଼ିଯାଇଛି । ଏହାସହିତ ମନ୍ଦିରର ଅନେକ ସ୍ଥାନରେ କ୍ଷୟକ୍ଷତିର ସୂଚନା ମିଳିଛି। ମନ୍ଦିର ପତାକା ପୋଡ଼ିଯିବା ପରେ ଗୁରୁବାର ASI ଟିମ୍ ପହଞ୍ଚି ଯାଞ୍ଚ କରୁଛି। ତେବେ ପୋଡ଼ି ଯାଇଥିବା ପତାକାକୁ କାଢ଼ି ନୂଆ ପତାକା ଲଗାଯାଇଛି।












Click it and Unblock the Notifications