ଏହି ବିଶେଷ କାରଣ ପାଇଁ ଚିଠି ଲେଖି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବୈଦେଶିକ ମନ୍ତ୍ରୀ

ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ ପଜିଟିଭ ଫିଡବ୍ୟାକ ଦେଇଛନ୍ତି। ଭବିଷ୍ୟତରେ ଓଡ଼ିଶାରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ ପାଇଁ ଗୁରୁତ୍ୱ ଦିଆଯିବ ବୋଲି ଜୟଶଙ୍କର ପ୍ରକାଶ କରିଛନ୍ତି।

mohancharanmajhi

ସୂଚନା ଯୋଗ୍ୟ, ଜାନୁଆରୀ ୭ରୁ ୧୦ ତାରିଖ ୩ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଉଦ୍‌ଘାଟନ କରିଥିଲେ। ଏଥିରେ ବିଶ୍ୱର କୋଣ ଅନୁକୋଣରେ ବାସ କରୁଥିବା ପ୍ରାୟ ୫୦ଟି ଦେଶରୁ ପ୍ରବାସୀ ଭାରତୀୟ ବଂଶୋଦ୍ଭବ ଯୋଗଦେଇଥିଲେ।

ବିଶ୍ବ ଦରବାରରେ ଓଡ଼ିଶାକୁ ପ୍ରତିଷ୍ଠିତ କରିବା ପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଓଡ଼ିଶାର ଐତିହାସିକ ଗୌରବ, କଳା, ଭାସ୍କର୍ଯ୍ୟ, ସଙ୍ଗୀତ, ନୃତ୍ୟ, ଆଦିବାସୀ ସଂସ୍କୃତି, ଭାଷା, ସାହିତ୍ୟ, ପର୍ଯ୍ୟଟନକୁ ଡିଜିଟାଲ ମାଧ୍ୟମରେ ଉପସ୍ଥାପନ କରାଯାଇଥିଲା। ଏପରିକି ଭୁବନେଶ୍ବରର ସମସ୍ତ ରାସ୍ତା ନବୀକରଣ, ଆଲୋକୀକରଣ, ଆକର୍ଷଣୀୟ ସାଜସଜ୍ଜା ସହିତ ଅତିଥିମାନଙ୍କ ପାଇଁ ରଖିବା ଏବଂ ଆତିଥେୟତାକୁ ସରକାର ଗୁରୁତ୍ୱ ଦେଇଥିଲେ। ଏପରିକି ସୁରକ୍ଷାକୁ ନେଇ ମଧ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+