ଅଙ୍ଗନବାଡି କେନ୍ଦ୍ର ଓ ମିନି ଅଙ୍ଗନବାଡି କେନ୍ଦ୍ରର କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କଲେ ସରକାର

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି । ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ ।

naveen patnaik

ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଅଙ୍ଗନବାଡି କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହେଲା । ସେହିପରି ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଗଲା।

ଏହି ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ। ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪ - ଚାରି ମାସର ବର୍ଦ୍ଧିତ ବକେୟା ରାଶି ମାର୍ଚ୍ଚ 5 ତାରିଖ ରୁ 10 ତାରିଖ ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ।

ସେହିପରି ଅଙ୍ଗନବାଡି କର୍ମଚାରୀଙ୍କ EXIT POLICY (ସେବା ନିବୃତ୍ତି) ରେ ପାଉଥିବା ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରାଯାଇଛି। ଏହା ୦୧.୦୪.୨୦୨୪ ଠାରୁ ଲାଗୁହେବ। ବର୍ଦ୍ଧିତ ପ୍ରୋତ୍ସାହନ ରାଶି ବାବଦରେ ଅଙ୍ଗନବାଡି କର୍ମୀମାନେ ପୂର୍ବରୁ ପାଉଥିବା ୪୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା ପାଇବେ। ମିନି ଅଙ୍ଗନବାଡି କର୍ମୀମାନେ ୩୦ ହଜାର ଟଙ୍କା ପରିବର୍ତ୍ତେ ୭୫ ହଜାର ଟଙ୍କା ପାଇବେ ଓ ଅଙ୍ଗନବାଡି ସହାୟିକାମାନେ ୨୦ ହଜାର ଟଙ୍କା ପରିବର୍ତ୍ତେ ୫୦ ହଜାର ଟଙ୍କା ପାଇବେ।

ସେହିପରି ସାମାଜିକ ସୁରକ୍ଷା ଦିଗରେ ମୃତ୍ୟୁ କିମ୍ବା ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା ନିମନ୍ତେ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ସହାୟିକାମାନଙ୍କୁ ୨ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ରାଶି ପ୍ରଦାନ କରାଯିବ। ଏହି ସୁବିଧା ମଧ୍ୟ ୦୧.୦୪.୨୦୨୪ରୁ ଲାଗୁ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+