ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇଲେ ସରକାର
ଭୁବନେଶ୍ୱର : ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଭାବେ ଡ. ମିନତି ବେହେରା ନିଯୁକ୍ତି ପାଇଥିଲେ। ଆଜି ତାଙ୍କୁ ପଦରୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର।ଏହାସହିତ ରାଜ୍ୟରେ ମହିଳା ଆୟୋଗର ନୂଆ ଅଧ୍ୟକ୍ଷା ଓ ସଦସ୍ୟା ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତୀ ବେହେରା ଓ ଅନ୍ୟ ୪ଜଣ ସଦସ୍ୟା ସ୍ପର୍ଣ୍ଣଲତା ସାମଲ, ସୁଜାତା ଦିଗଲ, ବବିତା ସ୍ୱାଇଁ ଓ ବିଜୟା ବରୱାଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦିଆଯାଇଛି । ଏନେଇ ଖୁବଶୀଘ୍ର ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବ ।

ଉଲ୍ଲେଖଯୋଗ୍ୟ, ମହିଳା ଆୟୋଗ ଅଧ୍ୟକ୍ଷା ଓ ଅନ୍ୟ ୪ଜଣ ସଦସ୍ୟା ସମସ୍ତେ ବିଜେଡିର ସକ୍ରିୟ ଆଗଧାଡ଼ିର ନେତ୍ରୀ । ବିଜେଡି ସରକାରରେ ସେମାନଙ୍କୁ ଏହି ମହିଳା ଆୟୋଗରେ ଥଇଥାନ କରାଯାଇଥିଲା । ବିଜେଡି ନେତ୍ରୀ ମିନତୀ ବେହେରାଙ୍କୁ ୨୦୨୨ ଅକ୍ଟୋବର ମାସରେ ଦ୍ୱିତୀୟଥର ପାଇଁ ଅଧ୍ୟକ୍ଷା ଭାବେ ଥଇଥାନ କରାଯାଇଥିବାବେଳେ ୨୦୨୩ ଏପ୍ରିଲ ମାସରେ ଅନ୍ୟ ୪ଜଣ ବିଜେଡି ନେତ୍ରୀଙ୍କୁ ଆୟୋଗର ସଦସ୍ୟା ଭାବେ ଅବସ୍ଥାପିତ କରାଯାଇଥିଲା












Click it and Unblock the Notifications