ରାଜ୍ୟରେ ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ ଗୃହରେ ଘୋଷଣା କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ରାଜ୍ୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବିକାଶ ହେବ ରାଜ୍ୟ ସରକାର ଗୁରୁତ୍ଵ ଦେଇଛନ୍ତି । ରାଜ୍ୟର ବିକାଶ ପାଇଁ ତତ୍ପର ହୋଇଛନ୍ତି ନୂଆ ସରକାର । ଆଉ ଏହାରି ଭିତରେ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର।

ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ । ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସବୁ ଜିଲ୍ଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ତେବେ ବିଧାନସଭାରେ ବିବୃତ୍ତି ରଖିବା ବେଳେ ୨୪ ବର୍ଷରେ ପେସା ଆଇନ ଲାଗୁ ହୋଇ ନଥିବା କଥା ଉଠାଇ ଆମେ ଆଦିବାସୀ ଭାଇଭଉଣୀଙ୍କ ପାଇଁ ଏହା ଲାଗୁ କରିବୁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ରାଜ୍ୟପାଳଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଅବସରରେ କହିଛନ୍ତି ।
ସେପଟେ ଓଡିଆ ଅସ୍ମିତା ପ୍ରସଙ୍ଗରେ ଗୃହରେ ହୋହଲ୍ଲା, ହଙ୍ଗାମା କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ରାଜ୍ୟପାଳଙ୍କ ପୁଅଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି ହେବା ସହ ହୋହଲ୍ଲା ଭିତରେ ବାଚସ୍ପତିଙ୍କ ମାଇକ ଭାଙ୍ଗିଛନ୍ତି ଧ୍ରୁବ ସାହୁ । ଆଉ ବିରୋଧ ଓ ନାରାବାଜି ଭିତରେ ଗୃହକୁ ଆସନ୍ତାକାଲି ସାଢେ ୧୦ଟା ଯାଏଁ ମୁଲତବି ରଖାଯାଇଛି ।












Click it and Unblock the Notifications