କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା ; ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅନୁଗୁଳ ଜିଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟ ଙ୍କୁ ୬ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

mohan majhi

ସୂଚନାଯୋଗ୍ୟ ଶନିବାର ଅନୁଗୋଳ ଟିକରପଡ଼ା ମହାନଦୀ କୂଳରେ ନାବାଳକ ଜଣକ ଖେଳୁଥିବା ବେଳେ ହଠାତ୍‌ କୁମ୍ଭୀରଟି ପଛପଟୁ ଆସି ଟାଣି ନେଇଥିଲା। ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିବା ପରେ ମହାନଦୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର କରିଥିଲା। ମୃତ ନାବାଳକ ଜଣକ ଟିକରପଡ଼ା ଘାଟ ସାହି ଅଞ୍ଚଳର ବୋଲି ସୂଚନା ମିଳିଛି। ପିଟାଟିର ମୃତ୍ୟୁରେ ଗାଁରେ ଶୋକର ଛାୟା ଖେଳିଯାଇଛି। ଏଥିସହ ସ୍ଥାନୀୟ ବାସିନ୍ଦା ଆତଙ୍କିତ ହୋଇପଡ଼ିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+