ନବ ଦାସଙ୍କ ହତ୍ୟାର ମାମଲାରେ ପୁଣି ଆରମ୍ଭ ହେବ ତଦନ୍ତ

ପୁଣି ଥରେ ଖୋଲିବ ନବ ଦାସ ହତ୍ୟା ମାମଲା । ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର କେସ୍ ରିଓପନ କରିବ ବିଜେପି ସରକାର । ଏ ନେଇ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ବେଳେ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

Nab Das

ସେ କହିଛନ୍ତି ନବ ଦାସ ଜଣେ ବିଜେଡି ନେତା ହେଲେ ମଧ୍ୟ ସେ ଜଣେ ମନ୍ତ୍ରୀ ଥିଲେ । ଆଉ ସ୍ପଷ୍ଟ ଦିବାଲୋକରେ ଜଣେ ମନ୍ତ୍ରୀଙ୍କ ହତ୍ୟାକୁ କେବେ ବି ହାଲକା ଭାବେ ଗ୍ରହଣ କରାଯାଇ ପାରିବନାହିଁ।

ଗତ ୨୦୨୩ ଜାନୁଆରୀ ୨୯ ତାରିଖରେ ସ୍ପଷ୍ଟ ଦିବାଲୋକରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା । ତାଙ୍କ ପିଏସଓ ଗୋପାଳ ଦାସ ଅତି ନିକଟରୁ ତାଙ୍କୁ ଗୁଳିକରି ହତ୍ୟା କରିଥିଲା । ମାମଲାରେ ପିଏସଓ ଗୋପାଳ ଦାସଙ୍କୁ ଗିରଫ କରାଯାଇଥିଲେ ମଧ୍ୟ ହତ୍ୟାକାଣ୍ଡର କାରଣ ଉପରୁ ଏଯାଏଁ ପରଦା ହଟିନାହିଁ ।

ଖାଲି ନବ ଦାସ ହତ୍ୟା ମାମଲା ନୁହେଁ, ଅନେକ ପୁରୁଣା କେସର ରିଓପନ କରାଯିବ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି । ୨୦୦୮ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ମାମଲା, ୨୦୨୨ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ମଧ୍ୟ ରିଓପନ ହେବ ବୋଲି ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+