ଆସିଲା ବିଜେଡିର ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ?

ଆସିଲା ବିଜେଡିର ପ୍ରାର୍ଥୀ ତାଲିକା। ଆଜି ନବୀନ ପଟ୍ଟନାୟକ ଆଜି ୮ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି । ଏହି ତାଲିକାରେ ୩ ଜଣଙ୍କ ନାମ ଘୋଷଣା କରାଯାଇଛି। ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ବେଗୁନିଆରୁ ପ୍ରଦୀପ ସାହୁ ଓ ଭୋଗରାଇରୁ ଗୌ ତମବୁଦ୍ଧ ଦାସଙ୍କ ନାମ ବିଜେଡି ପ୍ରାର୍ଥୀ ଭାବେ ଘୋଷଣା କରିଛି ।

BJD

ଆଉ ୩ଟି ବିଧାନସଭା ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା ବାକି ରହିଛି। ଖଣ୍ଡପଡ଼ା, ନୀଳଗିରି ଏବଂ କୋରେଇ ପାଇଁ ପ୍ରାର୍ଥୀ ଘୋଷଣା ହୋଇନାହିଁ। ମୋଟ ୧୪୪ ସିଟ୍‌ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରିଛି।

ସେହିପରି ଭାବରେ ଆଜି ମଧ୍ୟ ବିଜେବି ତାହାର ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେପି ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକିର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ ନାୟକ, ସାଲେପୁରରୁ ଅରିନ୍ଦମ ରାୟ, କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ଖୋର୍ଦ୍ଧାରୁ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କୁ ଟିକେଟ ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+