ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି, ସୂଚନା ଦେଲେ ମନ୍ତ୍ରୀ

ଆସନ୍ତା ଏକ ସପ୍ତାହ ଭିତରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । କମିଟି ଗଠନ ପରେ ବୈଠକ ବସି ଅନୁମୋଦନ ପରେ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ରିଜର୍ଭ ବ୍ୟାଙ୍କ୍ ଅଫ ଇଣ୍ଡିଆର ଦୁଇ ଜଣ ଅଭିଜ୍ଞ ଅଧିକାରୀ ନିୟୋଜିତ ହୋଇସାରିଛନ୍ତି । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଉଚ୍ଚ ସ୍ତରୀୟ କମିଟି ବୈଠକ ବସି ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ ହେବ ।

minister

ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସଓପି ଆଧାରରେ ରତ୍ନଭଣ୍ଡାର ଗଣତି ମଣତି ହେବ । ଏଥିସହ ଆସନ୍ତା ୧୯ ତାରିଖରେ ରଥଯାତ୍ରା ପରବର୍ତ୍ତୀ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । ବିଶେଷ କରି ମହାପ୍ରଭୁଙ୍କ ଯାନିଯାତ୍ରା, ପର୍ବପର୍ବାଣୀ କିଭଳି ଶୃଙ୍ଖଳିତ ଓ ବ୍ୟବସ୍ଥିତ ହେବ ସେ ନେଇ ସେ ନେଇ ଆଲୋଚନା କରାଯିବ। ସେହିପରି ରଥଯାତ୍ରାର ସଫଳତା ଓ ବିଫଳତାକୁ ନେଇ ଉକ୍ତ ବୈଠକରେ ତର୍ଜମା କରାଯିବ । ଏ ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+