ପାଣି ପାଗ ବିଭାଗର ପୂର୍ବାନୁମାନ ଆଗାମୀ ୩ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା
ଆଗାମୀ ୩ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବଲାଙ୍ଗିର, ମୟୂରଭଞ୍ଜ,କୋରାପୁଟ,ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାକୁ ୟଲୋ ଓ୍ବାର୍ଣ୍ଣିଂ ଦେଇଛି ।

ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ବଜ୍ରପାତରୁ ରକ୍ଷା ପାଇବା ପାଇଁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି।
ସୂଚନାଥାଉକି, ୧୬ ତାରିଖ ଭିତରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଅନ୍ୟପଟେ ରାଜ୍ୟରେ ଏବେ ବର୍ଷା କମିଛି। ଆସନ୍ତା ଦୁଇ ଦିନ ରାଜ୍ୟରେ କାଁ ଭାଁ ସ୍ୱଳ୍ପ ବର୍ଷା ହୋଇପାରେ। ୧୩ ଓ ୧୪ରେ ଅଧିକାଂଶ ସ୍ଥାନରେ ଲଘୁଚାପ ଜନିତ ବର୍ଷା ହୋଇପାରେ। ୧୫ରୁ ବର୍ଷା କମିବ। ୨୦ରୁ ୨୨ ଯାଏଁ ଖରା ଓ ତାତି ବଢ଼ିବ।












Click it and Unblock the Notifications