୩ ଘଣ୍ଟା ପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣି ପାଗ ବିଭାଗ

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ୬ ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛି। ୩ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜର କିଛି ସ୍ଥାନରେ ମଧ୍ୟମ ଧରଣର ଝଡ଼ବର୍ଷା ଏବଂ ବଜ୍ରପାତ ହୋଇପାରେ। ଏଥିସହିତ ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ।

rain

ତେବେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ବଜ୍ରପାତରୁ ରକ୍ଷା ପାଇବା ପାଇଁ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ମଧ୍ୟାହ୍ନ ବୁଲେଟିନ୍ ଅନୁଯାୟୀ, ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ରାୟଗଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ସେହିପରି କୋରାପୁଟ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନୟାଗଡ ଓ ଗଞ୍ଜାମର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା, ବଜ୍ରପାତ ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+