ଆହୁରି କଲବଲ କରିବ ତାତି, ଆଗକୁ ୪ ଦିନ ନିସ୍ତାର ନାହିଁ

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଖରା ଖର ଖରା ନା ଘରୁ ବାହାରି ହେଉଛି ନା ଘରେ ବସି ହେଉଛି। ଯେଉଁଥିପାଇଁ ଜୀବନଯାତ୍ରା ଏକ ପ୍ରକାର ଅସ୍ତବ୍ୟସ୍ତ କରିଦେଇଛି। ଆଜି ପରି ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଏପରି ଭୟଙ୍କର ତାତି ଦେଖିବାକୁ ମିଳିବ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସକାଳ ୧୧ରୁ ଅପରାହ୍ନ ୩ଟା ଭିତରେ ଘରୁ ବାହାରିଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ।

weather

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶନିବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ୱଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।ଏହାଛଡ଼ା ପୁରୀ ଓ କୋରାପୁଟ ଜିଲ୍ଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତାପମାତ୍ରା ୪୫ ଡିଗ୍ରୀ କିମ୍ୱା ତା'ଠାରୁ ଅଧିକ ରେକର୍ଡ ହୋଇପାରେ। ସେହି ସବୁ ସହର ଗୁଡ଼ିକ ହେଲା ବାରିପଦା, ନୂଆପଡ଼ା, ବଲାଙ୍ଗିର, ଟିଟିଲାଗଡ଼, ଝାରସୁଗୁଡ଼ା ଓ ବୌଦ୍ଧ।

ରବିବାର କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର, କେନ୍ଦୁଝର,ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡିରେ ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଦେବଗଡ଼, ଜଗତସିଂହପୁର, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତାପମାତ୍ରା ୪୫ ଡିଗ୍ରୀ କିମ୍ୱା ତା'ଠାରୁ ଅଧିକ ରେକର୍ଡ ହୋଇପାରେ। ସେହି ସବୁ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+