ରାସନ କାର୍ଡକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ ; କହିଲେ ରାସନ କାର୍ଡରୁ କଟାଗଲାଣି ୧୬ଲକ୍ଷରୁ ଅଧିକ ନାଁ
ରାସନ କାର୍ଡକୁ ନେଇ ବଡ଼ ସୂଚନା। ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା।

ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନରେ ଉତ୍ତର ରଖି କୃଷ୍ଣ ପାତ୍ର କହିଛନ୍ତି, ୨୦୧୬-୧୭ରୁ ଏବେ ଯାଏଁ ରାସନ କାର୍ଡରୁ ୧୬,୨୭,୯୨୦ ଜଣଙ୍କ ନାଁ ହଟାଯାଇଛି।
ମନ୍ତ୍ରୀ ଆହୁରି କହିଛନ୍ତି, ୨୦୧୬-୧୭ରୁ ଏବେ ପର୍ଯ୍ୟନ୍ତ ରାଜ୍ୟ ସରକାର ରାସନ କାର୍ଡ ତାଲିକାରୁ ମୃତ ଓ ଅଯୋଗ୍ୟ ବ୍ୟକ୍ତିଙ୍କୁ ଆଧାର କରି ୧୬,୨୭,୯୨୦ ଜଣଙ୍କ ନାଁକୁ ହଟାଇ ଦେଇଛନ୍ତି। ଆଉ ଯେଉଁମାନେ ଏହି ସୁଯୋଗର ଲାଭ ପାଇ ନାହାନ୍ତି ତାଙ୍କୁ ଏଥିରେ ତାଲିକାଭୁକ୍ତ କରାଯାଉଛି। ରାଜ୍ୟ ସରକାର ନିକଟରେ ରାଶନ କାର୍ଡରେ ଥିବା ସବୁ କାର୍ଡଧାରୀଙ୍କୁ ଆଧାର ସହ ଇ କଓ୍ବୋଇସି ଲିଙ୍କ୍ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯାହାଦ୍ୱାରା ଆଗକୁ ଆହୁରି ଅଯୋଗ୍ୟ କାର୍ଡଧାରୀଙ୍କ ନାମକୁ ହଟାଯାଇ ପାରିବ।












Click it and Unblock the Notifications