ପୁରୀରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର
Odisha News: ପୁରୀରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର । ପୁରୀ ସ୍ୱର୍ଗଦ୍ୱାରରେ ସମ୍ପନ୍ନ ହେବ ଶେଷକୃତ୍ୟ । ଶେଷ ଯାତ୍ରାରେ ସାମିଲ ହେଲେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ।

ସୋମବାର ଦିନ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲା ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର । ଯାହା ପରେ ଗାର୍ଡ ଅଫ ଅନର ଦିଆଯିବା ପରେ ମରଶରୀରକୁ ବିଜେପି କାର୍ଯ୍ୟାଳୟକୁ ନିଆଯାଇଥିଲା । ପରେ ଦେବେନ୍ଦ୍ରଙ୍କ ପାର୍ଥିବ ଶୀରରକୁ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ରଖାଯାଇଥିଲା ।
ସୂଚନାଥାଉ ଯେ, ଗତକାଲି ନୂଆଦିଲ୍ଲୀରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ଅଟଳ ବିହାରୀ ବାଜପୈୟୀଙ୍କ ସରକାରରେ କେନ୍ଦ୍ରମନ୍ତ୍ରୀ ରହିଥିଲେ ଦେବେନ୍ଦ୍ର ପ୍ରଧାନ।












Click it and Unblock the Notifications