୭ ଜିଲାର ନାମ ସଂଶୋଧନ ହେବ, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି
ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।ମୋଟ୍ ୧୧ ଜିଲାର ୨୪ଟି ସ୍ଥାନର ଇଂରାଜୀ ନାମ ମଧ୍ୟ ସଂଶୋଧନ ହେବ । ୧୫ ଦିନ ଭିତରେ ଅଭିଯୋଗ କିମ୍ୱା ଆପତ୍ତି ଥିଲେ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ବିଜ୍ଞପ୍ତି ଅନୁସାରେ, ଖୋର୍ଦ୍ଧା ଜିଲାକୁ ଓଡ଼ିଆ ନାମ ଅନୁସାରେ ଖୋରଧା ଲେଖାଯିବ । ମହାକାଳପଡ଼ାକୁ ଆଉ ମହାକାଳପରା ଲେଖାଯିବ ନାହିଁ । ଦେବଗଡ଼ ଜିଲାକୁ ଆଉ ଇଂରାଜୀରେ ଦେଓଗଡ଼ ଲେଖାଯିବ ନାହିଁ । ଦେଓଗଡ଼ ବଦଳରେ ଦେବଗଡ଼ ଲେଖାଯିବ । କେନ୍ଦ୍ରାପଡ଼ାକୁ କେନ୍ଦ୍ରାପରା ଓ ନୟାଗଡ଼କୁ ନୟାଗର ଲେଖାଯାଉଛି । କିନ୍ତୁ ଆଉ ଏଭଳି ଲେଖାଯିବ ନାହିଁ ।
More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ






Click it and Unblock the Notifications