ଆରମ୍ଭ ହେଲା ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ 'ନୂଆ ଓଡ଼ିଶା' କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ହୋଇଛି ଦୁଇଦିନିଆ 'ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ' । ସୋମବାର ଦିନ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଏଭଳି ପଦକ୍ଷେପ ରାଜ୍ୟର ଦୀର୍ଘସ୍ଥାୟୀ ବିକାଶ ତଥା ଭବିଷ୍ୟତ ଲାଗି ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ଲାଗି ଏକ ମାର୍ଗଦର୍ଶନ ହେବ ବୋଲି କହିଛନ୍ତି ।

''ବର୍ତ୍ତମାନ ସମୟରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି । ତେଣୁ ଏହା ସହିତ ତାଳ ଦେଇ ଆମକୁ ଆମର ସାମାଜିକ ଓ ଅର୍ଥନୈତିକ ଧାରାକୁ ସମୃଦ୍ଧ କରିବାକୁ ହେବ । ଭବିଷ୍ୟତ ଲାଗି ଆମ ଯୁବପିଢ଼ିକୁ ପ୍ରସ୍ତୁତ କରିବାକୁ ପଡ଼ିବ । ଓଡ଼ିଶାର ଦ୍ରୁତ ବିକାଶ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ''ରୂପାନ୍ତରଣ ଆମ ପାଇଁ କେବଳ ଏକ ନୂଆ ବାଟ ନୁହେଁ, ଏହା ଏକ ଆବଶ୍ୟକତା ।

Naveen pattnaik

ପ୍ରମୁଖ ଶିଳ୍ପ ନେତୃତ୍ୱ ଏବଂ ବିଭିନ୍ନ ଅଂଶୀଦାରମାନେ ଏକାଠି ହୋଇ ଭବିଷ୍ୟତର ମାନବ ସମ୍ବଳ ଲାଗି ଅପାର ସମ୍ଭାବନା ତଥା ଓଡ଼ିଶା ପାଇଁ ଅସୀମ ସମୃଦ୍ଧି ସୃଷ୍ଟି ଲାଗି ରାସ୍ତା ପ୍ରସ୍ତୁତ କରିବା ଏଭଳି କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ଏଥିରେ ବିଭିନ୍ନ ଶିଳ୍ପ କ୍ଷେତ୍ରର ୫୦୦ରୁ ଅଧିକ ପ୍ରମୁଖ ବ୍ୟକ୍ତିତ୍ୱ, ୧୦୦ରୁ ଅଧିକ ବିଶିଷ୍ଟ ବକ୍ତା, ନୀତି ନିର୍ଦ୍ଧାରକ ଏବଂ ଦକ୍ଷତା ବିକାଶ କ୍ଷେତ୍ର ସହ ଜଡ଼ିତ ଅଧିକାରୀ ଓ ବିଶେଷଜ୍ଞମାନେ ଯୋଗ ଦେଇଛନ୍ତି ।

ଫେବ୍ରୁଆରୀ ୧୯ରୁ ଆରମ୍ଭ ହୋଇଥିବା ଏହି ବିଶେଷ କାର୍ଯ୍ୟକ୍ରମ ୨୦ ତାରିଖ ଯାଏଁ ଚାଲିବ । ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ୧୦ରୁ ଅଧିକ ପ୍ରେରଣାଦାୟୀ ଆଲୋଚନାଚକ୍ର ଆୟୋଜନ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+