ଆସିଲା ବଡ ଦୁଃଖର ଖବର ; ଦୁନିଆ ଦେଖିବା ଆଗରୁ ପୋଖରୀରେ ବୁଡି ୩ ଶିଶୁ ମୃତ
ଆସିଲା ବଡ ଦୁଃଖର ଖବର । ପୋଖରୀରେ ବୁଡ଼ି ୩ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହାଟଡିହି ବ୍ଲକ ଅନ୍ତର୍ଗତ ଆତ୍ରୁକଣା ଅଙ୍ଗନବାଡ଼ି ନିକଟରେ। ମୃତକ ହେଲେ ପାୟେଲ ପାତ୍ର , ଭାରତୀ ପାତ୍ର , ଲିପ୍ସା ପାତ୍ର

ଆଜି ସକାଳେ ୩ ଜଣ ଶିଶୁ ଆତ୍ରୁକଣାରେ ଥିବା ଅଙ୍ଗନବାଡ଼ିକୁ ପାଠ ପଢ଼ିବା ପାଇଁ ଆସିଥିଲେ। ପାଠ ପଢ଼ା ସରିବା ପରେ ପିଲାମାନେ ଅଙ୍ଗନବାଡ଼ି କେନ୍ଦ୍ର ବାହାରେ ଖେଳୁଥିଲେ। ଖେଳୁ ଖେଳୁ ପିଲାମାନେ ଅଙ୍ଗନବାଡ଼ି କେନ୍ଦ୍ର ନିକଟରେ ଥିବା ପୋଖରୀ ନିକଟକୁ ଚାଲିଯାଇଥିଲେ। ଏହି ସମୟରେ ୩ ଜଣ ଶିଶୁ ବୁଡ଼ି ଯାଇଥିଲେ।
ସ୍ଥାନୀୟ ଲୋକେ ୩ ପିଲାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଗରପଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ୩ଜଣଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।












Click it and Unblock the Notifications