ଆସନ୍ତା ହେଉଛି ସମୁଦ୍ର; ସତର୍କ ସୂଚନା ଜାରି

ବାତ୍ୟା ଦାନାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା , ଧାମରାରେ ପ୍ରବଳ ବର୍ଷା ସାଙ୍ଗକୁ ପବନ । ପାରାଦୀପରେ ସର୍ବାଧିକ ବର୍ଷା , ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି । ବାତ୍ୟା ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଆରମ୍ଭ ହୋଇଥିବାବେଳେ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ସ୍ଥଳ ଭାଗକୁ ମାଡି ଆସୁଛି ଦାନା ।

Cyclone Dana

ଘଣ୍ଟାପ୍ରତି ୧୦୦ ରୁ ୧୨୦ କିଲୋମିଟର ବେଗରେ ବହିବ ପବନ , ଆଜି ସ୍ଥଳ ଭାଗ ଛୁଇଁ ରଚିବ ତାଣ୍ଡବ । ଲ୍ୟାଣ୍ଡଫଲବେଳେ ଅଧିକ ପବନ ବହିବା ସମ୍ଭାବନା । ଭିଷଣ ବାତ୍ୟାରେ ପରିଣତ ହୋଇଛି ଦାନା , ବାତ୍ୟା ଦାନାର ପ୍ରଭାବରେ ସମୁଦ୍ର ଅଶାନ୍ତ ହେବାରେ ଲାଗିଛି । ସେପଟେ ବାତ୍ୟାକୁ ନେଇ ଭୟଭୀତ ନହେବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲ୍ୟାଣ୍ଡଫଲ ପରେ ମଧ୍ୟ ପୁନରୁଦ୍ଧାର ପାଇଁ ସରକାର ସଜାଗ ଥିବା ଉପମୂଖ୍ୟମନ୍ତ୍ରୀ କହିଛନ୍ତି ।

ବାତ୍ୟା ଦାନା ପ୍ରଭାବରେ ଅଶାନ୍ତ ହେଲାଣି ସମୁଦ୍ର। ପଶ୍ଚିମବଙ୍ଗ ଗଙ୍ଗା ସାଗର ବିଚରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବାରେ ଲାଗିଛି। ଧୀରେ ଧୀରେ ପବନର ବେଗ ମଧ୍ୟ ତୀବ୍ର ହେଲାଣି। ଗଙ୍ଗାସାଗର ଅଞ୍ଚଳରେ ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଆରମ୍ଭ ହୋଇଗଲାଣି।

ସ୍ଥାନୀୟ ପ୍ରଶାସନ ପକ୍ଷରୁ ବୃଦ୍ଧ ବୃଦ୍ଧା ଏବଂ ଗର୍ଭବତୀଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇ ସାରିଛି। ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗରେ ଅନେକ ଟ୍ରେନ୍ ବାତିଲ କରାଯାଇଛି। ଆଜି ରାତି ୮ଟାରୁ କାଲି ପର୍ଯ୍ୟନ୍ତ ଅନେକ ଦୂରଗାମୀ ଟ୍ରେନ୍ ଏବଂ ଲୋକାଲ ଟ୍ରେନକୁ ମଧ୍ୟ ବାତିଲ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+