ବାଲେଶ୍ବରରେ ସ୍ଵାଭାବିକ ହେଉଛି ସ୍ଥିତି, ଆଜିଠୁ ଇଣ୍ଟରନେଟ୍ ସେବା ଉପଲବ୍ଧ

ବିଶୃଙ୍ଖଳିତ ହୋଇଥିବା ବାଲେଶ୍ଵରରେ ଫେରୁଛି ଶାନ୍ତି । ବାଲେଶ୍ୱର ପୌରାଞ୍ଚଳରେ ସ୍ୱାଭାବିକ ହେଉଛି ସ୍ଥିତି। କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଛି। ସହଦେବଖୁଣ୍ଟା ଓ ଟାଉନ୍ ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ ହୋଇଛି। ସକାଳ ୫ଟାରୁ ଦିନ ୨ଟା ଯାଏ କର୍ଫ୍ୟୁ କୋହଳ କରାଯାଇଛି।

Baleshwar

ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ କର୍ଫ୍ୟୁ ସମ୍ପୂର୍ଣ୍ଣ ହଟିଛି । ଆଜିଠୁ ଲିଜ୍ ଲାଇନ୍ ସହ ବ୍ରଡବ୍ୟାଣ୍ଡରେ ଇଣ୍ଟରନେଟ୍ ସେବା ଉପଲବ୍ଧ ହେବ। ତେବେ ମୋବାଇଲରେ ଇଣ୍ଟରନେଟ୍ ସେବା ବନ୍ଦ ରହିବ। ପୌରାଞ୍ଚଳରେ ଆଜି ବନ୍ଦ ରହିବ ସବୁ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡ଼ି।

ସୂଚନାଯୋଗ୍ୟ, ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ। ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଥିଲା।

ବିଳମ୍ବିତ ରାତିରେ ମଧ୍ୟ ସୁଏଲପୁର ଓ ଦପ୍ତରସାହିର ଅଞ୍ଚଳର କିଛି ସ୍ଥାନରେ ଗାଡ଼ି ଭଙ୍ଗାରୁଜା ଓ ଦୋକାନ ଆସବାବପତ୍ରରେ ନିଆଁ ଲଗାଯିବା ଭଳି ଘଟଣା ସାମ୍ନାକୁ ଆସିଥିଲା। ପୁଲିସ୍‌ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ। ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ୍‌ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିଲେ । ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+