ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟ ବଳୟ, , ଭୀଷଣ ବର୍ଷା ଆରମ୍ଭ

ଗୁରୁବାର ଭୀଷଣ ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ଛୁଇଁବ ଦାନା। ୨୪ ରାତିରେ ୨୫ ସକାଳ ମଧ୍ୟରେ ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଦାନା। ଆଜି ରାତିରୁ କାଲି ସକାଳ ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବ। ଲ୍ୟାଣ୍ଡଫଲ୍ ବେଳେ ୧୧୦ ରୁ ୧୨୦ ଯାଏଁ ପବନର ବେଗ ରହିବ। ୨୪ ଓ ୨୫ ତାରିଖରେ ବାତ୍ୟାର ପ୍ରଭାବ ଅଧିକ ରହିବ।

Cyclone Dana

ଏହା ଏବେ ପାରାଦୀପ ଠାରୁ ୫୨୦ ଓ ସାଗରଦ୍ଵୀପ ଠାରୁ ୬୦୦ କିମି ଦୂରରେ ରହିଛି। ବାତ୍ୟା ଏବେ ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି। ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଛି। ଉପକୂଳ ଜିଲ୍ଲାରେ ବର୍ଷା ସହ ପବନ ବଢିବ। ୨୪ ଓ ୨୫ ତାରିଖରେ ଉପକୂଳ ଜିଲ୍ଲାରେ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ।

ଧାନ ଓ ପନିପରିବା ବିଶେଷ ଭାବେ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ସମୁଦ୍ରରେ ୧ ରୁ ୨ ମିଟର ଉଚ୍ଚରେ ଜୁଆର ଉଠିବ। କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ଵର ବେଶୀ ପ୍ରଭାବିତ ହେବ। ପୁରୀ, ଖୋର୍ଦ୍ଧା, ଭୁବନେଶ୍ବର, କେନ୍ଦୁଝର, ଢେଙ୍କାନାଳରେ ଅଧିକ ବର୍ଷା ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+