ପିସିସି କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ସୁର, କହିଲେ କୌଣସି ଦଳର ପ୍ରଚାର କରିନାହିଁ

ପୁଅ ମନ୍ମଥ ରାଉତରାୟଙ୍କ ପାଇଁ ପ୍ରଚାର ପରେ ସୁରଙ୍କୁ କଂଗ୍ରେସରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା । ଯାହାର ଉତ୍ତର ରଖିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟ । କଂଗ୍ରେସରେ ଥାଇ ଅନ୍ୟ ଦଳ ପାଇଁ ପ୍ରଚାର କରିବା ନେଇ ନୋଟିସ୍ ଜାରି କରିଛି ଦଳ । ନୋଟିସ ପରେ ଉତ୍ତର ରଖିଛନ୍ତି ସୁର କହିଛନ୍ତି, ସେ କୌଣସି ଦଳ ପାଇଁ ପ୍ରଚାର କରିନାହାନ୍ତି । କୌଣସି ଦଳର ରାଲିକୁ ଯାଇନାହାନ୍ତି ।

suresh rautaray

କୌଣସି ଦଳର ସଭାକୁ ଯାଇନାହାନ୍ତି । ତାଙ୍କ ସାନ ପୁଅ ବିଜେଡିରୁ ଲୋକସଭା ପ୍ରାର୍ଥୀ ହୋଇଛନ୍ତି । ସେଥିପାଇଁ ଭୁବନେଶ୍ୱର ଲୋକସଭା ମଣ୍ଡଳୀରେ କୌଣସି ଦଳର ପ୍ରଚାରକୁ ଯାଇନାହାନ୍ତି କି ଯିବେ ନାହିଁ ବୋଲି କହିଛନ୍ତି । ଏହା ସହ ନିର୍ବାଚନ ମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସେ ୫୦ ବର୍ଷ ହେଲା ଯାଉଛନ୍ତି । ହେଲେ ସେଥିରେ କୌଣସି ରାଜନୈତିକ ଭାଷଣ ଦେଇନାହାନ୍ତି । ଏପରିକି ସେ ପୁଅ ପାଇଁ ପ୍ରଚାର କରିନାହାନ୍ତି ବୋଲି କହିଛନ୍ତି । ଏଆଇସିସି ଓ ପିସିସି ଯେଉଁ ଦଣ୍ଡ ଦେବେ ସେ ଗ୍ରହଣ କରିବେ ବୋଲି କହିଛନ୍ତି ସୁର ।

ଦଳ ବିରୋଧୀ କାର୍ଯ୍ୟ ପାଇଁ କାହିଁକି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବ, ସେ ସଂପର୍କରେ ୨୪ ଘଣ୍ଟା ଭିତରେ ଉତ୍ତର ଦେବାକୁ ନୋଟିସରେ ଦର୍ଶାଯାଇଛି । ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ଏହି ନୋଟିସ୍ ଜାରି କରିଛନ୍ତି । ସୂଚନା ଅନୁସାରେ, ବିଜେଡିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ତଥା ନିଜ ସାନପୁଅ ମନ୍ମଥ ରାଉତରାୟଙ୍କ ପାଇଁ ସୁର ରାଉତରାୟ କ୍ରମାଗତ କ୍ୟାମ୍ପେନ୍ କରୁଥିବା ନଜରକୁ ଆସିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+