ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା !
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା !
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା ! ଆଜି ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ପାଣିପାଗ ବିଭାଗ । ଗତକାଲି ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ ନେଇ ଅନୁମାନ କରାଯାଉଛି ।

ସୂଚନା ଅନୁସାରେ,ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ବୋଲି ଆଜି ଆଞ୍ଚଳିକ ପାଣି ପାଗ ବିଭାଗ ସୂଚନା ଦେଇଛି ।












Click it and Unblock the Notifications