ଆଜିଠୁ ୪ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ମହାପ୍ରଭୁଙ୍କ ରଥ ଯାତ୍ରାରେ ହେବେ ସାମିଲ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ପର୍ଯ୍ୟନ୍ତ ସେ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।

President Draupadi Murmu

ତେବେ ରାଜଧାନୀରେ ରାଷ୍ଟ୍ରପତିଙ୍କ ସମସ୍ତ ଗସ୍ତ କାର୍ଯ୍ୟକ୍ରମର ସୁରକ୍ଷା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏ ସମ୍ପର୍କରେ ସୂଚନା ଦେଇ ପୋଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି, ଶୁକ୍ରବାର ଅପରାହ୍ନରେ କାର୍‌କେଡ୍‌ ରିହର୍ସାଲ କରାଯାଇଥିବାବେଳେ ବ୍ଲ୍ୟୁ ବୁକ୍‌ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଷ୍ଟ୍ରପତି ଶନିବାର ସାରେ ବିମାନବନ୍ଦରରେ ପହଞ୍ଚତ୍ବା ପରେ ସିଧାସଳଖ ଭୁବନେଶ୍ୱର ସୂଚନାଭବନ ଯାଇ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ।

୭ ତାରିଖରେ ପୁରୀ ଯାଇ ରଥଯାତ୍ରାରେ ଯୋଗଦେବା ସହ ରାଜଭବନରେ ରାତ୍ରଯାପନ କରବେ। ୮ ତାରିଖ ସକାଳେ ଖଣ୍ଡଗିରି ଓ ଉଦୟଗିରି ପରିଦର୍ଶନ କରିବା ସହିତ ଅପରାହ୍ନରେ ଅନ୍ଧାରୁଆରେ ବ୍ରହ୍ମାକୁମାରୀ ଅନୁଷ୍ଠାନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଡିଭାଇନ ରିଟ୍ରିଟ୍‌ ସେଣ୍ଟର ଉଦ୍‌ଘାଟନ କରିବେ। ୯ ତାରିଖରେ ଜଟଣୀ ନାଇଜର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+