ନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର ଆରମ୍ଭ ହେବ

ରାଜ୍ୟରେ ଆଇନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ଦିଗରେ ନୋଟାରୀ ଓ ଆଇନଜୀବୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ନୂତନ ନୋଟାରୀ ନିଯୁକ୍ତି ଏବଂ ଅନଲାଇନ ଯୋଗେ ନୋଟାରୀ ଓ ଆଇନଜୀବୀଙ୍କ ଡାଟାବେସ ପ୍ରସ୍ତୁତ ନେଇ ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୋଟାରୀ ଓ ଆଇନଜୀବୀ ଙ୍କ ଲାଗି ଏକ ସ୍ୱତନ୍ତ୍ର ୱେବ ପୋର୍ଟାଲ ବିଷୟରେ ଆଲୋଚନା ହୋଇଥିଲା। ଏହି ୱେବ ପୋର୍ଟାଲ ଜରିଆରେ ସବୁ ନୋଟାରୀ ଓ ଆଇନଜୀବୀଙ୍କୁ ପଞ୍ଜିକୃତ କରାଯିବ। ନୂଆ ନିଯୁକ୍ତି ଲାଗି ମଧ୍ୟ ନୋଟାରୀ ମାନେ ଏହି ପୋର୍ଟାଲ ଜରିଆରେ ଦରଖାସ୍ତ କରିପାରିବେ। ପରବର୍ତ୍ତୀ ସମୟରେ ନୋଟାରୀ ମାନେ ନିୟମିତ ନିଜ କାର୍ଯ୍ୟର ବିବରଣୀ ଏହି ପୋର୍ଟାଲ ଜରିଆରେ ଦାଖଲ କରିବା ନେଇ ବୈଠକରେ ଆଲୋଚନା ହୋଇଥିଲା।

The process of hiring new notaries will begin soon

ଏହି ବୈଠକରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଅତିରିକ୍ତ ଶାସନ ସଚିବ ଶିବ ପ୍ରସାଦ ମହାପାତ୍ର, ଅରୁଣ କୁମାର ସାହୁ ଏବଂ ଯୁଗ୍ମ ଶାସନ ସଚିବ ଅଂଶୁମାନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+