ଖୁବଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା
ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ ହେବ। ଏହି ପ୍ରକ୍ରିୟା ୫ରୁ ୬ ମାସ ଭିତରେ ସରିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇ ଦିଆଯାଇଛି। ଏହାପୂର୍ବରୁ ପ୍ରଥମେ ହାଇ ଲେବେଲ କମିଟି ବୈଠକ ବସିବ। ଏହାପରେ ମ୍ୟାନେଜିଂ କମିଟିକୁ ଏହି ପ୍ରସଙ୍ଗ ଆସିବ। ଅନୁମୋଦନ ପରେ କେବେଠୁ ଗଣତି ମଣତି, ସରକାରଙ୍କୁ ଜଣାଇ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।













Click it and Unblock the Notifications