ରଥ ଯାତ୍ରା ପାଇଁ ତିନି ରଥରେ ବିଜେ ହେଲା ଆଜ୍ଞା ମାଳ

ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ରଥ ଯାତ୍ରା । ଭକ୍ତଙ୍କୁ ଦର୍ଶନ ଦେବାକୁ ରତ୍ନସିଂହାସନ ଛାଡ଼ି ବଡ଼ଦାଣ୍ଡକୁ ଆସିବେ ଜଗତ କର୍ତ୍ତା । ୩ ରଥରେ ବସି ଗୁଣ୍ଡିଚା ଘରକୁ ଯିବେ ଶ୍ରୀଜିଉ । ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି । ପଟି ଦିଆଁଙ୍କଠାରୁ ଆଜ୍ଞାମାଳ ଆସି ୩ ରଥରେ ବିଜେ କରାଯାଇଛି । କିଛି ସମୟ ପରେ ରଥଖଳାରୁ ସିଂହଦ୍ବାର ଯାଏ ଟଣାଯିବ ୩ ରଥ । ଆସନ୍ତାକାଲି ରଥ ପ୍ରତିଷ୍ଠା ପରେ ତିନି ରଥରେ ବସି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିବେ ଚତୁର୍ଦ୍ଧା ବିଗ୍ରହ।

rath jatra

ଶ୍ରୀମନ୍ଦିରରେ ସକାଳ ଧୂପ ଶେଷ ହେବା ପରେ ପାଳିଆ ପୂଜାପଣ୍ଡା ସାମନ୍ତ ତିନିବାଡ଼ରୁ ୩ଟି ଆଜ୍ଞାମାଳ ଆଣି ଘଣ୍ଟ, ଛତା, କାହାଳୀ ସହ ରଥଖଳା ନିକଟକୁ ବିଜେ କରିଛନ୍ତି। ତେବେ ଚଳିତବର୍ଷ ତିଥି କ୍ଷୟ ଯୋଗୁ ଶ୍ରୀଗୁଣ୍ଡିଚା ଦିନ ଶ୍ରୀବିଗ୍ରହଙ୍କ ନବଯେୌବନ ଓ ନେତ୍ର ଉତ୍ସବ ଅନୁଷ୍ଠିତ ହେବ। ତେଣୁ ଶ୍ରୀବିଗ୍ରହଙ୍କଠାରୁ ରଥଖଳାକୁ ଆଜ୍ଞାମାଳ ଆସିବ ନାହିଁ। ପୂଜାପଣ୍ଡା ସାମନ୍ତ ପଟିଦିଅଁଙ୍କ ନିକଟରୁ ଆଜ୍ଞାମାଳ ଆଣି ରଥତ୍ରୟ ନିକଟକୁ ବିଜେ କରାଇବେ।

ପରମ୍ପରା ଅନୁଯାୟୀ, ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଆଜ୍ଞାମାଳ ପ୍ରଦାନ କରାଯିବ। ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ମା' ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଆଜ୍ଞାମାଳ ଦିଆଯିବ। ଭୋଇସେବକମାନେ ତେଲ ଦେଇ ରଥରେ ଦଉଡ଼ି ସଂଯୋଗ କରିବେ। ତାଳଧ୍ୱଜ ରଥରେ ବିଜେ କାହାଳୀ ବାଜିବା ପରେ ତିନିରଥ ଶ୍ରୀମନ୍ଦିର ନିକଟକୁ ଟଣାଯିବ। ପରମ୍ପରା ଅନୁସାରେ ପ୍ରଥମେ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଯିବ। ପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯିବ। ପୋଲିସ ବାହିନୀ ସହାୟତାରେ ତିନିରଥକୁ ଟଣାଯାଇ ସିଂହଦ୍ୱାର ସମ୍ମୁଖକୁ ନିଆଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+